ଭୁବନେଶ୍ବର/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍: ଭାରତ, ପାକିସ୍ତାନ ମଧ୍ୟରେ ଏକ ପ୍ରକାର ଅଘୋଷିତ ଯୁଦ୍ଧ ଆରମ୍ଭ ହୋଇଯାଇଛି। ଘନ ଘନ ମିଶାଇ ଓ ଡ୍ରୋନ ଆକ୍ରମଣ ଜାରି ରହିଛି। ଦୁଇ ଦେଶ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ତୀବ୍ର ହେବାରେ ଲାଗିଛି। ଏହି ଉତ୍ତେଜନା ମଧ୍ୟରେ ଓଡ଼ିଶା ସରକାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ବି ସରକାରୀ କର୍ମଚାରୀ ମୁଖ୍ୟାଳୟ ଛାଡି ଯାଇପାରିବେ ନାହିଁ। ଛୁଟିରେ ଥିଲେ ତୁରନ୍ତ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶ ରହିଛି।