ଭୁବନେଶ୍ୱର/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ : +୨ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୁଧବାର ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରାଯିବ। ଏହାର ଏକ ଘଣ୍ଟା ପରେ ପରୀକ୍ଷାର୍ଥୀମାନେ ସେମାନଙ୍କ ପରୀକ୍ଷା ଫଳ https://results.odisha.gov.in ଏବଂ https://results.digilocker.gov.in ୱେବସାଇଟ୍ରେ ଜାଣିପାରିବେ।