କଂଗ୍ରେସ ପକ୍ଷରୁ ପୂର୍ବ ପ୍ରଧାନମନ୍ତ୍ରୀଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳୀ

କୋକସରା/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ : କୋକସରା ବ୍ଳକ ସଦର ମହକୁମା ସ୍ଥିତ ଗାନ୍ଧୀ ଭବନଠାରେ ବ୍ଳକ କଂଗ୍ରେସ ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ରାଜୀବ ଗାନ୍ଧିଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛି। ଏହି କ୍ରମରେ ବ୍ଳକ କଂଗ୍ରେସ ସଭାପତି ଲିଙ୍ଗରାଜ ବେହେରା, ରାଜୀବ ଗାନ୍ଧୀ ପଞ୍ଚାୟତି ରାଜ ସଂଘଠନ ସଭାପତି ଅରୁଣ ମାଝୀ, ଅଭି ପଟ୍ଟନାୟକ, ଆମପାଣି ଜୋନ ସଭାପତି, ହରିଶ୍ଚନ୍ଦ୍ର ନାଏକ, ତୁଲାରାମ ମାଝୀ ସମେତ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ।