ନବରଙ୍ଗପୁର/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ (ମୁନ୍ନା ଦଳେଇ) : ଭୁବନେଶ୍ୱର ସ୍ଥିତ ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜୁ ଜନତା ଦଳର ନୀତି ଆଦର୍ଶ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ନେତୃତ୍ବକୁ ସମର୍ଥନ ଜଣାଇ ନବରଙ୍ଗପୁର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ତଥା ତେନ୍ତୁଳିଖୁଣ୍ଟି ବ୍ଲକ ପାତ୍ରପୁଟ ସମିତି ସଭ୍ୟ ଦିଲିପ ପ୍ରଧାନୀ ଓ ତାଙ୍କ ସହଯୋଗୀ କଂଗ୍ରେସ ଦଳକୁ ପରିତ୍ୟାଗ କରି ବିଜୁ ଜନତା ଦଳ ରେ ବିଧିବଦ୍ଧ ଭାବରେ ସାମିଲ ହେଲେ। ଏହି କାର୍ଯ୍ୟକ୍ରମରେ ଡ଼ାବୁଗାଁ ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ନବରଙ୍ଗପୁର ଜିଲ୍ଲା ବିଜେଡି ସଭାପତି ମନୋହର ରନ୍ଧାରୀ, ରାଜ୍ୟସଭା ସାଂସଦ ମୁନ୍ନା ଖାଁ, ପୂର୍ବତନ ସାଂସଦ ରମେଶ ଚନ୍ଦ୍ର ମାଝୀ, ପୂର୍ବତନ ବିଧାୟକ ସଦାଶିବ ପ୍ରଧାନୀ, ଜିଲ୍ଲା ପରିଷଦ ଅରୁଣ କୁମାର ମିଶ୍ର, ରତିକାନ୍ତ ପଣ୍ଡା, ତେନ୍ତୁଳିଖୁଣ୍ଟି ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ ନାଗ ଓ ବିଜୁ ଜନତା ଦଳର କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ରହିଥିଲେ।