ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଯୋଗ ଦିବସ

କେସିଙ୍ଗା/କ୍ରାନ୍ତିକ୍ଷେତ୍ର ନ୍ୟୁଜ (ମଧୁସୂଦନ ଠାକୁର) : ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ ” ମୂଳମନ୍ତ୍ରକୁ ଧ୍ୟେୟ କରି ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କେସିଙ୍ଗା ପରିସରରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ-୨୦୨୫ ସ୍ଥିରୀକୃତ ନିର୍ଦ୍ଦେଶାବଳୀ ଅନୁସାରେ ଆୟୋଜିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଶ୍ରୀ ସମୀର କୁମାର ବେହେରାଙ୍କ ନେତୃତ୍ୱରେ ଆୟୋଜିତ ଏହି ଶିବିରରେ ବିଦ୍ୟାଳୟ ପରିଚାଳନା ସଭାପତି  ଶିବ ପ୍ରସାଦ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଯୋଗାସନକୁ ଜୀବନର ପରମ ବ୍ରତ ରୂପେ ଗ୍ରହଣ କରିବା ନିମନ୍ତେ ଉପସ୍ଥିତ ଛାତ୍ରୀମାନଙ୍କୁ ଆହ୍ବାନ ଦେଇଥିଲେ। ଶିକ୍ଷୟିତ୍ରୀ ମୋନାଲିସା ନାୟକ ଯୋଗ ସାଧନା ଅଧିବେଶନକୁ ପରିଚାଳନା କରିଥିଲେ ଏବଂ ବିଦ୍ୟାଳୟର ସମସ୍ତ ଶୈକ୍ଷିକ ଓ ଅଣଶୈକ୍ଷିକ କର୍ମଚାରୀମାନେ ପ୍ରତ୍ୟକ୍ଷ ଅଂଶ ଗ୍ରହଣ କରିଥିଲେ।