ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

କୋକସରା/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ : କୋକସରା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ସୋମବାର ଜିଲ୍ଲାପାଳ ପାୱାର ସଚୀନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ବ୍ଳକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଛି। ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ (ପ୍ରବେଶନ) ଅନିମେସ ପ୍ରଧାନ, ଧର୍ମଗଡ଼ ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଅଜୟ ପ୍ରକାଶ ତିର୍କୀ, ପଞ୍ଚାୟତ ସମିତି ଅଧ୍ୟକ୍ଷ ରାଜୀବ ଅଗ୍ରୱାଲ, ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ହିମାଚଳ ମାଝୀ, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। ଶିବିରରେ ବ୍ଳକର ୨୨ ଗୋଟି ପଞ୍ଚାୟତରୁ ମୋଟ ୫୩ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା। ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ଓ ୩୦ଟି ସାମୁହିକ ହୋଇଥିବାବେଳେ ୯ଗୋଟି ଅଭିଯୋଗ ତତକ୍ଷଣାତ୍ ସମାଧାନ ହୋଇଥିଲା। ୨ ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସାହାଯ୍ୟ କରାଯାଇଥିଲା। ଯୁଗ୍ମ ଜନଶୁଣାଣି ଶିବିରକୁ ଆସିଥିବା ଆପତ୍ତି ଅଭିଯୋଗର ଶୁଣାଣି କରି ଜିଲ୍ଲାପାଳ ସେହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବ୍ଳକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ।