ମଦନପୁର ରାମପୁର/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ (ଉଦ୍ଧବ ପଣ୍ଡା) : କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଲକ ସଦର ମହକୁମା ତଲସାଗପଡା ପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୁବେର ମହାଡଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଙ୍କ ତରଫ ରୁ ଆଜି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମହାକୁଡ଼ ଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ କରାଯାଇଥିବା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟସେନ ନିଆଲ ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଗତ ଜୁନ ୩୦ ତାରିଖ ଦିନ ତଲସାଗପଡା ପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମହାକୁଡ଼ ଅବସର ପରେ ବିଦ୍ୟାଳୟ ତରଫରୁ ତାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ବୁଧବାର ଦିନ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପବିତ୍ର ମୋହନ ଗଡତିଆ ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟସେନ ନାଆଲ ଙ୍କ ନେତୃତ୍ବରେ ଏବଂ ଉକ୍ତ ଅଧିକାରୀ ଙ୍କ କର କମଳରେ ପୂର୍ଣ୍ଣାଙ୍ଗ ପେନସନ ର ସମସ୍ତ କାଗଜପତ୍ର ପ୍ରଦାନ କରିଥିଲେ। ଏହାକୁ ନେଇ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମହାକୁଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କୁ ଧନ୍ୟବାଦ ଦେଇ ଥିଲେ।