ଥୁଆମୂଳ ରାମପୁର/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍:କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଶକ୍ତି କ୍ଳବ ପକ୍ଷରୁ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଥିଲା । ପ୍ରଧାନ ଶିକ୍ଷକ କୃତିବାସ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଥୁଆମୂଳ ରାମପୁର ବିଇଓ ତପିମଣି ଯାନୀ, ସମ୍ମାନୀତ ଅତିଥି ଭାବେ ବିଆରସିସି ହେମନ୍ତ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇ ଉଦବୋଧନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ ର ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ଯୋଗଦେଇ ବିଭିନ୍ନ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ଶିକ୍ଷକ ହାରିନାରାୟଣ ବାଗ ସଭା ପରିଚାଳନା କରିଥିବାବେଳେ ଶକ୍ତି କ୍ଳବ ଅଧ୍ୟକ୍ଷ ସୁରେଶ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।