କୋକସରା/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ : କୋକସରା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ତେନ୍ତୁଳିପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତ୍ରିନାଥ ନାଗଙ୍କ ଉଦ୍ଦେଶ୍ୟରେ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ କୋକସରା ବ୍ଳକ କର୍ମକର୍ତ୍ତାଙ୍କ ତରଫରୁ ଏହି ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଏଥିରେ ବିଭିନ୍ନ କ୍ଳଷ୍ଟରୁ ଶିକ୍ଷକ ମାନେ ଯୋଗଦେଇଥିଲେ। ଏହି କ୍ରମରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀନାଗଙ୍କୁ ଉପଢ଼ୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏବଂ ତାଙ୍କର ଅବସର ଜୀବନ ସୁସ୍ଥ ଓ ନିରାମୟ ହେଉ ବୋଲି କାମନା କରାଯାଇଥିଲା।