କଲମପୁର/କ୍ରାନ୍ତିକ୍ଷେତ୍ର ନ୍ୟୁଜ (ଗଣେଶରାମ ବାଗ) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଳକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବଙ୍କାପଲାଠାରେ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ବରଗାଁ ସିଆରସିସି ମନୋଜ କୁମାର ମେହେରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବଙ୍କାପଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମୀନାକ୍ଷୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଲଗୋପାଲ ତେଣ୍ଡକାରୀ, ସମ୍ମାନିତ ଅତିଥି ଭାବରେ ଅବସର ପ୍ରାପ୍ତ ଶିକ୍ଷକ ଦୟାନିଧି ବାଣୁଆ, ଇଶ୍ବରୀ ବେହେରା ତଥା, ଦେପୁର ଉ.ପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜେ ନାଗ, ଇଚ୍ଛାପୁର ଉ.ପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଭେନ୍ଦୁ ପଣ୍ଡା ଓ ପଦରପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ସାହୁ ଯୋଗଦାନ ଦେଇଥିଲେ। ଏହାର ଉଦଯାପନି ସମାରୋହରେ ମୂଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କାଳିନ୍ଦୀ ପଣ୍ଡା, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲ୍ଲିପ କୁମାର ବେହେରା ଓ ଅବସରପ୍ରାପ୍ତ ସୈନିକ ସୁଶିଲ କୁମାର ବାଣୁଆ ଯୋଗଦାନ କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ର ମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାକୁ ଚିହ୍ନଟ କରିବାପାଇଁ କନିଷ୍ଠ,ବରିଷ୍ଠ ଓ ଏଫ୍ଏଲ୍ଏନ୍ ବର୍ଗର ସାଧାରଣ ଓ ଦିବ୍ୟାଙ୍ଗ ଛାତ୍ରୀଛାତ୍ର ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କ୍ଳଷ୍ଟରର ସମସ୍ତ ଶିକ୍ଷକ ସହଯୋଗ କରିଥିଲେ। ଶିକ୍ଷକ ସୁଶାନ୍ତ ଛତ୍ରିଆ, ଶିକ୍ଷୟିତ୍ରୀ ପ୍ରେମାଞ୍ଜଳୀ ବାଗ ଓ ନମିତା କୁମାର ମଞ୍ଚ ପରିଚାଳନା କରିଥିବାବେଳେ ଶିକ୍ଷକ ସନାତନ ନିଆଲ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


