ଅବାଧ ମାଦକ ଦ୍ରବ୍ୟ ଚାଷ ଓ ଚରାଚାଲାଣ ରୋକିବା ଉପରେ ଜିଲ୍ଲାସ୍ଥରୀୟ ବୈଠକ

ରାୟଗଡା/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ : ରାୟଗଡ ଜିଲ୍ଲାରେ ବ୍ୟାପକ ମାଦକ ଦ୍ରବ୍ୟ ଚାଷ ଓ ଚରାଚାଲାଣ ହେଉଥିବାରୁ ଏହାକୁ ରୋକିବା ନିମନ୍ତେ ଜିଲ୍ଲାପାଳ ରାୟଗଡ଼ ଆଶୁତୋଷ କୁଲକାର୍ଣ୍ଣିଙ୍କ ଅଧ୍ୟକ୍ଷତ।ରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ଓସ୍ୱାନ ସଭାଗୃହରେ ଏକ ସଂଯୁକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା। ରାୟଗଡ଼ ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର ଓ ଉପଜିଲ୍ଲାପାଳ ଗୁଣୁପୁର ଦୁଧ।ଲ ଅଭିଶେଖ ଦିଲ୍ଲୀପ ଆୱାସି ମାଧ୍ୟମରେ ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା । ବିଶେଷ କରି ଜିଲ୍ଲାରେ ମାଦକ ନିଷଦ୍ରବ୍ୟ ଗଂଜେଇ ଅବାଧ ଚାଷକୁ ରୋକିବା, ନିଶା ଦ୍ରବ୍ୟ ଅବାଧ କାରବାର ଓ ଚୋରା ଚାଲାଣ ସମ୍ପର୍କରେ ଗୁପ୍ତ ତଥ୍ୟ ପ୍ରଦାନ,ବିଦ୍ୟାଳୟ, ମହାବିଦ୍ୟାଳୟ ମାନଙ୍କ ଠାରେ ନିବାରଣ ଉପରେ ସଚେତନତାକୁ ପ୍ରତ୍ସାହ୍ନ କରିବା, ମାଦକ ଦ୍ରବ୍ୟ କାରବାର ବହୁଳ ଅଂଚଳ ମାନଙ୍କରେ ନିଷ।ଦ୍ରବ୍ୟ କ୍ଷତିକାରକ ବିଷୟରେ ଜନସଚେତନତା ସୃଷ୍ଟି କରିବା । ଉନୟନ କାର୍ଯ୍ୟକ୍ରମ ଗୁଡିକ କାର୍ଯ୍ୟ କାରୀ କରିବା । ବିଶେଷ କରି ସରକାରଙ୍କ ତରଫରୁ ଅନ୍ୟ ଚାଷ ଓ ଜୀବିକା କାର୍ଯ୍ୟକ୍ରମ ଜରିଆରେ ଏହି ଅଂଚଳର ଲୋକମାନଙ୍କୁ କର୍ମସଂସ୍ଥାନ ଯୋଗାଇବା ଉପରେ ଆଲୋଚନା କରାଯାଇଥିଲା । କୃଷି ବିଭାଗ, ଉଦ୍ୟାନ ବିଭାଗ ତରଫରୁ ଗଂଜା ଚାଷ ବଦଳରେ ସେହି ଅଂଚଳର ଲୋକଙ୍କୁ ଫଳ, ମସଲା ଓ ଅନ୍ୟ ଅର୍ଥକାରୀ ଫସଲ ଚାଷ ପାଇଁ ପ୍ରବାର୍ତ୍ତାଇବା ଓ ମଞ୍ଜି ଯୋଗାଇବା ଉପରେ ଜିଲ୍ଲାପାଳ କୁଲକାର୍ଣ୍ଣି ଗୁରୁତ୍ୱ ଦେଇଥିଲେ । ଅବକାରୀ ବିଭାଗକୁ ସକ୍ରୀୟ ରହି ନିଶାଦ୍ରବ୍ୟ କାରବାର ରୋକିବା ନିମନ୍ତେ ପଦକ୍ଷେପ ନେବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ସାହୁ, ଜିଲ୍ଲା କୃଷି ଅଧିକାରୀ ଏହେସନ ଓ ଅନ୍ୟାନ୍ୟ ଅଧିକାରୀ ମ।ନେ ଯୋଗଦାନ କରି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।