ଭୁବନେଶ୍ବର/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ : ପରଲୋକରେ ଓଲିଉଡ଼ର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୩୪ ବର୍ଷ ହୋଇଥିଲା । ଏକାଧିକ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ ସାଗର। ଲିଭର୍ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ। ତାଙ୍କର ଅଙ୍ଗପ୍ରତ୍ୟଙ୍ଗ ମଧ୍ୟ ଅଚଳ ହୋଇଯାଇଥିଲା। ଶ୍ବାସକ୍ରିୟା ସମସ୍ୟା ଯୋଗୁଁ ଭେଣ୍ଟିଲେଟରରେ ରଖାଯାଇଥିଲା। ଗତ ୧୪ ତାରିଖରେ ତାଙ୍କୁ ଏମ୍ସରେ ଭର୍ତ୍ତି ହୋଇଥିଲେ ହ୍ୟୁମାନ ସାଗର। ମଲଟି ଅର୍ଗାନ୍ ଡିଫଙ୍କନ ସିଣ୍ଡ୍ରୋମ୍ ସହିତ ଗୁରୁତର ଲିଭର ସମସ୍ୟା, ନିମୋନିଆ ଓ ହୃଦରୋଗରେ ପୀଡ଼ିତ ଥିଲେ। ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍ଙ୍କ ଦେହାନ୍ତ ହୋଇଛି ।
