ଖୁଣ୍ଟିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବେହେରା/କ୍ରାନ୍ତିକ୍ଷେତ୍ର : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ  ଖୁଣ୍ଟିଆ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଲିଲାମ୍ବର ଛତ୍ରିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ସୁଧୀର ପାଟ୍ଟଯୋଷୀ, ମୂଖ୍ୟବକ୍ତା ଭାବରେ ପ୍ରିୟବ୍ରତ ପଣ୍ଡା, ସମ୍ମାନୀତ ଅତିଥି ଭାବରେ କୋକସରା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ ଭାଟି, ଖୁଣ୍ଟିଆ ଗ୍ରାମ ପଞ୍ଚାୟତ ସରପଞ୍ଚ ମାଧବୀ ଧରୁଆ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅମିନ ରଣା, ମହିଳା ନେତ୍ରୀ ପଙ୍କଜିନି ମେହେର, ପୂର୍ବତନ ସରପଞ୍ଚ ଧର୍ମବ୍ରତ ପଣ୍ଡା, ପଦ୍ମବନ ହାତୀ, ବିଦେଶୀ ଧରୁଆ, ଚୈତନ୍ୟ ଧରୁଆ, ଶିକ୍ଷକ ନିଦାମ ସୁନାନୀ, ସିଆରସିସି ଈଶ୍ୱର ନାଏକ ପ୍ରମୁଖ ଯୋଗଦେଇ  ବିଦ୍ୟାଳୟର ଉତ୍ତରୋତ୍ତର ଉନ୍ନତି ସହିତ ଛାତ୍ର ଛାତ୍ରୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମକୁ ଶିକ୍ଷକ ସନ୍ତୋଷ ସୁନାନୀ ସଂଯୋଜନା କରିଥିବା ବେଳେ ଶିକ୍ଷକ ଚଞ୍ଚଳ ବାଗ, ଅଜିତ ଥଇତ, ରବୀଦାସ କାର୍ଯକ୍ରମ ପରିଚାଳନାରେ ସହଯୋଗ କରିଥିଲେ।