ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

ଧର୍ମଗଡ/କ୍ରାନ୍ତିକ୍ଷେତ୍ର : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ବଡ଼ଚେରଗାଁ ପବ୍ଲିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ କୁମାର ନାଗଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଗୋଲାମୁଣ୍ଡା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲିନା ଦାସ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ଅବସରପ୍ରାପ୍ତ ଖେଳ ଶିକ୍ଷକ ଅଶୋକ କୁମାର ଭୋଇ, ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟ ନାରାୟଣ ନାଏକ ଗୋକୁଳ ଚନ୍ଦ୍ର ପ୍ରଧାନ, ମକର ମାଝୀ ସମେତ ଅନ୍ୟାନ୍ୟ ଅତିଥି ମଞ୍ଚାସିନ ହୋଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।କାର୍ଯ୍ୟକ୍ରମ କୁ ଶିକ୍ଷକ ସରୋଜ ସୁନା ପରିଚାଳନା କରିଥିବା ବେଳେ ଶିକ୍ଷକ ବେଦବ୍ୟାସ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।