କଲମପୁର/କ୍ରାନ୍ତିକ୍ଷେତ୍ର, (ଗଣେଶରାମ ବାଗ) : କଳାହାଣ୍ଡି ଜିଲ୍ଲା କଲମପୁର ଗୋଷ୍ଠୀ ଶିକ୍ଷା ଅଧୀନରେ ଥିବା ଇଚ୍ଛାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ବ୍ଲକ୍ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଉପ କନିଷ୍ଠ , କନିଷ୍ଠ ଓ ବରିଷ୍ଠ ବିଭାଗରେ ବ୍ଳକର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ। ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ କୁଳମଣୀ ମାଝୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୂଖ୍ୟ ଅତିଥି ଭାବରେ ଦେପୁର ଗ୍ରାମ ପଞ୍ଚାୟତ ସମିତି ସଭ୍ୟା ବୁଧ ଭୋଇ, ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ କୁଳମଣୀ ମାଝୀ, ଇଚ୍ଛାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଭେନ୍ଦୁ କୁମାର ପଣ୍ଡା, ପାତ୍ରବସା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନ୍ମଥ କୁମାର ମିଶ୍ର ମଞ୍ଚାସୀନ ହୋଇଥିଲେ। କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମନୋଜ କୁମାର ମେହେର, ଉଦୟ ମାଝୀ, ବିଜୟ କୁମାର ସୁରଦେଓ, ଶିକ୍ଷକ ବିପିନ ନାୟକ,ପ୍ରଭାତ କୁମାର ସାହୁ,ସୁଶାନ୍ତ ଛତ୍ରିଆ, ବିଶ୍ବରଞ୍ଜନ ନାୟକ, ସୂର୍ଯ୍ୟକାନ୍ତ ଦାସ, ସୁଶୀଲ କୁମାର ପଣ୍ଡା, ରାମାରଞ୍ଜନ ପଣ୍ଡା, ଶ୍ରୀବଲ୍ଲଭ ନାଏକ, ଯୋଗେନ୍ଦ୍ର ଅଘରିଆ, ପ୍ରକାଶ ଚନ୍ଦ୍ର ବେହେରା ପ୍ରମୁଖ ସହଯୋଗ କରିଥିଲେ। କଲମପୁର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନବଘନ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ପ୍ରଧାନ ଶିକ୍ଷକ ଶୁଭେନ୍ଦୁ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।
