ଗୋପାଳପୁର ବେଳାଭୂମି ମହୋତ୍ସବ ଜାନୁୟାରୀ ୨୨ ରୁ ୨୬

ବ୍ରହ୍ମପୁର/କ୍ରାନ୍ତିକ୍ଷେତ୍ର : (ରଞ୍ଜିତ ପ୍ରଧାନ) ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ଵତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ ,ଖଣି ଓ ଇସ୍ପାତ ମନ୍ତ୍ରୀ  ବିଭୁତି ଭୂଷଣ ଜେନା ଙ୍କ ଅଧ୍ୟକ୍ଷତା ରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଏହି ବୈଠକ ରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ,ଗଞ୍ଜାମ ଜିଲ୍ଲାପାଳ ୱି କୀର୍ତ୍ତି ୱାସନ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ସର୍ବଣ ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିର୍କେ , ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର ପ୍ରମୁଖ ଉପସ୍ଥିତ ରହିଥିଲେ ।  ବିଗତ ବର୍ଷ ଭଳି ଚଳିତ ବର୍ଷ ଏହି ମହୋତ୍ସବ ୫ଦିନ ଧରି ପାଳିତ ହେବ । ଆସନ୍ତା ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ଗୋପାଳପୁର ବେଳାଭୂମି ରେ ପାଳନ କରାଯିବ ।   ବିଭିନ୍ନ ପ୍ରତିଯୋଗିତା ଯେପରି ଝୋଟି , ଆଲୋଚନା ଚକ୍ର , କବିତା ପାଠୋତ୍ସବ , ଭଲିବଲ୍, ଫୁଟବଲ,ବୋଟ ରେସିଂ ଇତ୍ୟାଦି ପ୍ରତିଯୋଗିତା ଆୟୋଜିତ କରିବା ପାଇଁ ନିଷ୍ପତି ନିଆଯାଇଥିଲା । ଶାମୁକା ସ୍ମରଣିକା ଉନ୍ମୋଚନ କରାଯିବ। ପ୍ରଥମେ ଗଞ୍ଜାମ ଜିଲ୍ଲାର କଳା ସଂସ୍କୃତି ପ୍ରାଥମିକତା ଦିଆଯିବ ତାସହ ବିଭିନ୍ନ ଜିଲ୍ଲା, ରାଜ୍ୟ ଓ ଦେଶ ର ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯିବ । ଓଡିଆ,ତେଲୁଗୁ ଓ ହିନ୍ଦୀ କଣ୍ଠ ଶିଳ୍ପୀ ସଙ୍ଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି । ପଲ୍ଲୀଶ୍ରୀ ମେଳା,ଖାଦ୍ୟ ମେଳା ଏବଂ ବିଭିନ୍ନ ଅନୁଷ୍ଠାନର ମେଳା ପ୍ରଦର୍ଶିତ ହେବ ।  ଓଡିଶାର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଙ୍କୁ ଅତିଥି ନିମନ୍ତେ ଅନୁରୋଧ କରାଯିବ ।  ଗଞ୍ଜାମ ଜିଲ୍ଲାର ର ବିଭିନ୍ନ ଶକ୍ତିପୀଠ ରୁ ମଶାଲ ଶୋଭାଯାତ୍ରା, ପଦଯାତ୍ରା ଓ ସମୁଦ୍ରରେ ଲେଜର ଶୋ ଆୟୋଜନ କରାଯିବା ପାଇଁ ନିଷ୍ପତି ନିଆଯାଇଛି ।  ବିଭିନ୍ନ କମିଟି ଗଠନ କରି ଏହି ଉତ୍ସବ ପାଳନ କରିବା ନିମନ୍ତେ ନିଷ୍ପତି ନିଆଯାଇଥିଲା ।  ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ କୁ କିଛି ନୂଆ ରୂପରେ ପାଳନ କରିବା ସହ ଲୋକଙ୍କ ନିମନ୍ତେ ଟ୍ରାଫିକ ବ୍ୟବସ୍ଥା,ପାର୍କିଂ ସ୍ଥଳ,ଆଇନ ଶୃଙ୍ଖଳା ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା ।  ୩୦୦ ଟି ଷ୍ଟଲ ର ଆୟୋଜନ କରିବା ନିମନ୍ତେ ନିଷ୍ପତି ନିଆଯାଇଛି ।  ଏହି ବୈଠକ ରେ ସମସ୍ତ ବିଭାଗୀୟ ଅଧିକାରୀ, ବିଭିନ୍ନ ଅନୁଷ୍ଠାନ ସଭ୍ୟ ସଭ୍ୟା ଓ ହୋଟେଲ ସଙ୍ଘ ର ସଭାପତି ଉପସ୍ଥିତ ରହିଥିଲେ ।