ମ, ରାମପୁର/କ୍ରାନ୍ତି କ୍ଷେତ୍ର (ଉଦ୍ଧବ ପଣ୍ଡା) : କଳାହାଣ୍ଡି ଜିଲ୍ଲା ମ ରାମପୁର ସ୍ଥିତ ପିଏମ ଶ୍ରୀ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷୟତ୍ରୀ ସଞ୍ଜୁକ୍ତା ଦାସଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ସ୍ତରୀୟ ପିଏମ ଶ୍ରୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓ, ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟସେନ ନିଆଲ, ଅନ୍ଯତମ ସମ୍ମାନିତ ଅତିଥି ମ, ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର ସେଠ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପବିତ୍ର ମୋହନ ଗଡତିଆ, ମ, ରାମପୁର ସରପଞ୍ଚ ବିଣାପାଣି ସାହୁ, ମ, ରାମପୁର ଭାରତୀୟ ଜନତା ପାର୍ଟି ମଣ୍ଡଳ ସଭାପତି ଯାଜ୍ଞସେନ ପଣ୍ଡା, ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସହଦେବ ପାଢ଼ୀ, କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ରାଜୀବ କୁମାର, ବିଦ୍ୟାଳୟ ର ପରିଚାଳନା କମିଟି ସଭାପତି ବସନ୍ତ ଭୋଇ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷାର ବିକାଶ ଗୁଣାତ୍ମକ ଶିକ୍ଷା ଉପରେ ବକ୍ତବ୍ୟ ପ୍ରଦାନ କରିଥିଳେ। ବିଦ୍ୟାଳୟ ପକ୍ଷରୁ କରାଯାଇଥିବା ବିଭିନ୍ନ ଷ୍ଟଲକୁ ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ସିଂହ ଦେଓ ଉଦଘାଟନ କରିଥିଲେ । ମଞ୍ଚ ସଂଯୋଜନା କରିଥିଲେ ସହକାରୀ ଶିକ୍ଷୟତ୍ରୀ ଦିପ୍ତିମୟୀ ସଡଙ୍ଗୀ । କାର୍ଯ୍ୟକ୍ରମରେ ପ୍ରବିଣ ଭୋଇ, ବିଦ୍ୟାଳୟର ପରିଚାଳନା କମିଟି ସଦସ୍ୟ, ସଦସ୍ୟା ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ର ଛାତ୍ରୀ ଅବିଭାବକ ମାନେ ସହଯୋଗ କରିଥିଲ।
