ମ, ରାମପୁର/କ୍ରାନ୍ତିକ୍ଷେତ୍ର (ଉଦ୍ଧବ ପଣ୍ଡା) : କଳାହାଣ୍ଡି ଜିଲ୍ଲା ମ ରାମପୁର ସ୍ଥିତ ଦୁର୍ଗା ମାଧବ ଉଚ୍ଚ ବିଦ୍ୟାଳୟ ବାର୍ପ୍ରଷିକ ଉତ୍ସବ ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ଆଚାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓ, ମୁଖ୍ୟ ବକ୍ତା ଭାବେ ସାହିତ୍ୟିକ ପଦ୍ମଲୋଚନ ମିଶ୍ର, ସମ୍ମାନିତ ଅତିଥି ମ, ରାମପୁର ସଦର ପଞ୍ଚାୟତ ସରପଞ୍ଚ ବିଣାପାଣି ସାହୁ, ମ, ରାମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ପବିତ୍ର ମୋହନ ଗଡତିଆ, ଏଡିଓ ତପିମଣି ଜାନୀ, ପୂର୍ବତନ ବିଦ୍ୟାଳୟ ର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ତଥା ବିବେକାନନ୍ଦ ପବ୍ଲିକ ସ୍କୁଲ ର ପ୍ରନ୍ସିପିଲ ସୁରେନ୍ଦ୍ର ମହାକୁଡ଼, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରଜନୀ କାନ୍ତ ମହାକୁଡ଼, ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଶମ୍ଭୁଭୂଷଣ ସାହୁ, ଶେଷଦେବ ସାହୁ ଯୋଗଦେଇ ମାଁ ବିଣାପାଣିଙ୍କ ମୂର୍ତ୍ତି ରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ପ୍ରଥମେ ବିଦ୍ୟାଳର ପ୍ରଧାନ ଶିକ୍ଷୟିତ୍ରୀ ବିଦ୍ୟାଳୟର ବିବରଣୀ ପାଠ କରିଥିଲେ। ପରେ ଅତିଥି ମାନେ ଛାତ୍ର ଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷା ଉପରେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ମଞ୍ଚ ସଂଯୋଜନା କରିଥିଲେ ବିଦ୍ୟାଳୟର ଶିକ୍ଷକ ଜନ୍ମେଜୟ ସେନାପତି ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉକ୍ତ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ।
