ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

କୋକସରା/କ୍ରାନ୍ତିକ୍ଷେତ୍ର : ଛାତ୍ରଛାତ୍ରୀ ମାନେ ଯଦି ନିଷ୍ଠାର ସହିତ ପାଠ ପଢିବେ ନିଶ୍ଚିତ ସଫଳ ହେବ, କଠିନ ପରିଶ୍ରମ ନିଷ୍ଠା, ସାଧାନା ଓ ଅଧ୍ୟବସାୟ ଅସାଧାରଣ ସଫଳତା ଆଣିଦିଏ ବୋଲି କୋକସରା ବ୍ଲକ ଆମପାଣି ସରକାରୀ ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ମଞ୍ଚାସୀନ ଅତିଥି ମାନେ ଏଭଳି ମତ ରଖିଛନ୍ତି। ସରକାରୀ ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଜୟ ପାଳଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ହିମାଞ୍ଚଳ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। କୋକସରା ପଞ୍ଚାୟତ ସମିତି କଲେଜ ର ଅଧ୍ୟାପକ ଦେବେନ୍ଦ୍ର ମେହେର ମୁଖ୍ୟବକ୍ତା, ଆମପାଣି ସରପଞ୍ଚ ରୁକ୍ମିଣୀ ବାଣୁଆ, ଆମପାଣି ସରକାରୀ ଏସ୍ଏସଡି ସ୍କୁଲ ର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁ, ସମିତି ସଭ୍ୟା ନର୍ତ୍ତକୀ ଦଣ୍ଡସେନା, ନାରୀ ନେତ୍ରୀ ତିଳୋତ୍ତମା ନାଏକ, ଏମ୍.ଏମ୍.ସି ସଭାପତି ରୁଷିମଣି ମାଝୀ, ବରିଷ୍ଠ ସାମ୍ବାଦିକ ବିଜୟ କୁମାର ପଣ୍ଡା, ଜିତେନ୍ଦ୍ର ପଣ୍ଡା, ପୂର୍ବତନ ସରପଞ୍ଚ ଟିକିଚନ୍ଦ୍ର ଧଙ୍ଗଡାମାଝୀ, ସୁରେଶ ଚନ୍ଦ୍ର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ହୋଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହୋଇଥିବା ବିଦ୍ୟାର୍ଥୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ସାର୍ଟିଫିକେଟ ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କ୍ରମରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅଧ୍ୟାପକ ଥବିରାମ ଦୀପ ମଞ୍ଚ ପରିଚାଳନା କରିଥିବାବେଳେ ଅଧ୍ୟାପିକା ମାନୀନି ହରିଚନ୍ଦନ ଧନ୍ୟବାଦ ଅର୍ପଣ କରିଥିଲେ। ଅଧ୍ୟାପକ ପୁଳସ୍ତୀ ମହାନନ୍ଦ, ପ୍ରେମାନନ୍ଦ ବେଶ୍ରା, ସୁଭଲକ୍ଷ୍ମୀ ସାହାଣୀ ପ୍ରମୁଖ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *