ଅଞ୍ଚଳଗୁମ୍ମା ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

ତେନ୍ତୁଳୀଖୁଣ୍ଟି/କ୍ରାନ୍ତିକ୍ଷେତ୍ର (ମୁନ୍ନା ଦଳେଇ) : ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଅଞ୍ଚଳଗୁମ୍ମା ସ୍ୱରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ର ୨୭ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକ ଗୌରୀ ଶଙ୍କର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନୀୟ ଅତିଥି ଭାବେ ସାଂସଦଙ୍କ ପ୍ରତିନିଧି ସନ୍ତଷ କୁମାର ପାତ୍ର, ବ୍ଲକ ଅଧ୍ଯକ୍ଷା ନିଳେନ୍ଦ୍ରୀ ନାୟକ, ଉପାଧ୍ୟକ୍ଷ ରାଜେନ୍ଦ୍ର ବିଷୋୟୀ, ମୁଖ୍ୟବକ୍ତା ଏସ ଦେବେନ୍ଦ୍ର ଦୋରା, ଶିକ୍ଷା ବିକାଶ ସମିତି ଜିଲ୍ଲା ପ୍ରମୁଖ ହରେକୃଷ୍ଣ ବିଷୋୟୀ, ପରିଚାଳନା ସମିତି ସଭାପତି ମଧୁସୂଦନ ବିଷୋୟୀ, ବିଶ୍ୱରଂଜ ସାହୁ ସରପଞ୍ଚ କୁସୁମା ପୂଜାରୀ ମଞ୍ଚାସିନ ରହିଥିବାବେଳେ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଅଶୋକ କୁମାର ପଟ୍ଟନାୟକ ପ୍ରାରମ୍ଭିକ ଅଭିଭାଷଣ ଓ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କର ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇ ଥିଲା।ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ଏହି କାର୍ଯ୍ୟକ୍ରମ କୁ ଆୟଜନ କରିବାକୁ ଶିଶୁ ବିଦ୍ୟାମନ୍ଦିର ସମସ୍ତ ଗୁରୁଜୀ ଗୁରୁମା ଓ ପୁରାତନ ଛାତ୍ରଛାତ୍ରୀ ଓ ପରିଚାଳନା କମିଟିର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।