ଝରିଗାଁ/କ୍ରାନ୍ତିକ୍ଷେତ୍ର (ଭୋଦେବ ଗୌଡ଼) : ଝରିଗାଁ ବ୍ଳକ ଫୁଫୁଗାଁ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଅଭିରାମ ଲେଙ୍କାଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଝରିଗାଁ ବିଧାୟକ ନରସିଂ ଭତ୍ରା ଯୋଗଦେଇଥିଲେ। ମୁଖ୍ୟବକ୍ତା ରାଜ୍ୟ ଓ ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ବଲ୍ଲଭ ରାଉତ, ସମ୍ମାନିତ ଅତିଥି ଝରିଗାଁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦଶରଥ ଗଣ୍ଡ, ଫୁଫୁଗାଁ ସରପଞ୍ଚ ଚୈତନ୍ୟ ଗଣ୍ଡ, ଫୁଫୁଗାଁ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପରିଚାଳନା କମିଟି ସଭାପତି ଲଳିତ ତିୱାରୀ ପ୍ରମୁଖ ମଞ୍ଚାସୀନ ଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଅଭିରାମ ଲେଙ୍କା ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସହ ଶିକ୍ଷକ ନିରଞ୍ଜନ ମହାନ୍ତି ପରିଚାଳନା କରିଥିବାବେଳେ ଫୁଫୁଗାଁ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।
