କୋକସରା/କ୍ରାନ୍ତିକ୍ଷେତ୍ର : କୋକସରା ବ୍ଲକ ମାଝୀଗୁଡା ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ଆଜି ଅନ୍ତଜାତୀୟ ମାତୃଭାଷା ଦିବସ ପାଳିତ ହୋଇଛି। ପ୍ରଧାନ ଶିକ୍ଷକ ପ୍ରଦୀପ୍ତ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ସଭାରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, କର୍ମଚାରୀ ତଥା ପୁରାତନ ଛାତ୍ରଛାତ୍ରୀ ଯୋଗଦେଇ ମାତୃଭାଷା ସୁରକ୍ଷା ସମ୍ବନ୍ଧୀୟ ଶପଥ ପାଠ ଅଂଶ ଗ୍ରହଣ କରିଥିଲେ। ଏହି ଅବସରରେ ମାତୃଭାଷାର ଗୁରୁତ୍ୱ ଓ ଏହାର ଉପଦେୟତା ସମ୍ବନ୍ଧେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲାl ଛାତ୍ର ଛାତ୍ରୀ ମଧ୍ୟରେ ଆମ ମାତୃଭାଷା ଓଡ଼ିଆରେ କବିତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା। ଏଥିରେ ଶ୍ରେଷ୍ଠ ବିବେଚିତ ହୋଇଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ ପ୍ରଦାନ କରାଯଇଥିଲା। କାର୍ଯ୍ୟକ୍ରମ କୁ ବିଦ୍ୟାଳୟର ଓଡ଼ିଆ ଶିକ୍ଷକ ଗଜେନ୍ଦ୍ର କୁମାର ଧରୁଆ ପରିଚାଳନା କରିଥିଲେ।
