ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି

ରାୟଗଡ/କ୍ରାନ୍ତିକ୍ଷେତ୍ର (ପ୍ରଶାନ୍ତ ସେନାପତି) :  ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମା ସ୍ଥିତ ସଦଭାବନା ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି। ରାୟଗଡା ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ରାୟଗଡ଼ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ଅକ୍ଷୟ କୁମାର ଖେମୁଣ୍ଡୁ, ବନଖଣ୍ଡ ଅଧିକାରୀ  ସଚିନ ଆନ୍ନା ସାହେବ ଓହଲେ, ଗୁଣପୁର ଉପ ଜିଲ୍ଲାପାଳ ଦିଲ୍ଲୀପ ଅଭିଷେଖ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ ବି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ, ସାମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଗୁଣୁପୁର ଅଜୟ କୁମାର ପ୍ରଧାନ, ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ। ମୋଟ ୫୦ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ। ସେଥି ମଧ୍ୟରୁ ୩୭ଟି ବ୍ୟକ୍ତିଗତ ଅଭିଯୋଗ ଥିଲାବେଳେ ୧୩ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା। ଏହି ଅଭିଯୋଗ ଶିବିରରେ ଜିଲ୍ଲା ମଙ୍ଗଳ ଅଧିକାରୀ, ଆଞ୍ଚଳିକ ପରିବହନ ଅଧିକାରୀ, ଜିଲ୍ଲା କୃଷି ଅଧିକାରୀ, ସହକାରୀ ଯୋଗାଣଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ, ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରିୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ।