ଧର୍ମଗଡ଼/କ୍ରାନ୍ତିକ୍ଷେତ୍ର : ଧର୍ମଗଡ଼ ସହର ସ୍ଥିତ ଜ୍ଞାନ ବିକାଶ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ନିର୍ଦ୍ଦେଶକ ଜ୍ଞାନ ରଞ୍ଜନ ନାଏକଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ କଳାହାଣ୍ଡି ପ୍ରାଇଭେଟ ସ୍କୁଲ ସଭାପତି ଡ଼ ଶିବ ରାମ ନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇ ଥିଲେ। ଧର୍ମଗଡ ବ୍ଲକ ଅଧକ୍ଷା ବବିତା ପାଟ୍ଟଯୋଶୀ, ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି, ଉପାଧ୍ୟାକ୍ଷା ମନୀଷା ମିଶ୍ର, କଳାହାଣ୍ଡି ସାଂସଦ ପ୍ରତିନିଧି ଲକ୍ଷ୍ମୀକାନ୍ତ ବାଗ, କଳାହାଣ୍ଡି ବିଜେପି ଉପ ସଭାପତି ବିଶ୍ୱଜିତ ବେହେରା, ବିଧାୟକ ପ୍ରତିନିଧି ଡମ୍ବରୁ ଧର ଠାକୁର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଜ୍ଞାନ ବିକାଶ ପବ୍ଲିକ ସ୍କୁଲର ନିର୍ଦ୍ଦେଶକ ଛାତ୍ର ଛତ୍ରୀ ମାନଙ୍କ ଭବିଷ୍ୟତ ଉଜ୍ୱଳ କାମନା କରିବା ସହିତ ବିଭିନ୍ନ ପ୍ରତିଯୋଗିତାରେ କୃତିସଫଳ ହୋଇଥିବା ବିଦ୍ୟାର୍ଥୀ ମାନଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମକୁ ଗଣପତି ବାଗ ଓ ଜ୍ଞାନ ବିକାଶ ପବ୍ଲିକ ସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ ଓ ରଙ୍ଗା ରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
