ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଶୁଣାଣି ଶିବିର

ପାପଡ଼ାହାଣ୍ଡି/କ୍ରାନ୍ତିକ୍ଷେତ୍ର (କୈଳାସ ଚନ୍ଦ୍ର ବିଷୋୟୀ) : ପାପଡ଼ାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଶିବିରରେ ମୋଟ ୩୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଜିଲ୍ଲା ସମାଜ ସୁରକ୍ଷା ବିଭାଗ ପକ୍ଷରୁ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାର ସୁଧାଂଶୁ ପାତ୍ରଙ୍କ ତତ୍ୱାବଧାନରେ ୩ ଟି ହୁଇଲ ଚେୟାର ଓ ୧୨ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ସହାୟତା କାର୍ଡ ପ୍ରଦାନ କରାଯାଇଥିଲା।

Leave a Reply

Your email address will not be published. Required fields are marked *