ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ରାୟଗଡ/କ୍ରାନ୍ତିକ୍ଷେତ୍ର (ପ୍ରଶାନ୍ତ ସେନାପତି) : ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସ୍ୱାତି ଏସ୍ କୁମାର, ବନ ଅଧିକାରୀ ସଚିନ ଆନ୍ନାସାହେବ ଓହଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଶାନ୍ତ ମିଶ୍ର, ଉପଜିଲ୍ଲାପାଳ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ତଥା ସମନ୍ବିତ ଆଦିବାସୀ ଉନ୍ନୟନ ଅଧିକାରୀ ଚନ୍ଦ୍ରକାନ୍ତ ମାଝୀ ଓ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ। ଶିବିରରେ ମୋଟ ୪୧ଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୩୧ ଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ୬ ଗୋଟି ଗ୍ରାମବାସୀ ମାନଙ୍କ ସାମୂହିକ ଅଭିଯୋଗ ପଞ୍ଜିକରଣ ହୋଇଥିଲା। ଜିଲ୍ଲାପାଳ ମୋଟ ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୪୦,୦୦୦ ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ ଏବଂ ୬ ଗୋଟି ଅଭିଯୋଗକୁ ତୁରନ୍ତ ଶୁଣାଣିକରି ଶିବିରରେ ଫୋଇସଲା କରାଯାଇଥିଲା। ଅନ୍ୟ ସମସ୍ତ ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବାପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ।

Leave a Reply

Your email address will not be published. Required fields are marked *