ଜୟପାଟଣାରେ ଏସଆଇଆର ସଚେତନତା ରଥ ଶୁଭାରମ୍ଭ

ଜୟପାଟଣା/କ୍ରାନ୍ତିକ୍ଷେତ୍ର (ଚିତ୍ରସେନ ବାଗ) : ଏସଆଇଆର ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଆଜି ଜୟପାଟଣା ବ୍ଳକ ପକ୍ଷରୁ ଏକ ସଚେତନତା ରଥର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରାଜ ମାଝୀ ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅଞ୍ଚଳର ଅନେକ ବିଶିଷ୍ଟ ଅତିଥି ଏବଂ ସରକାରୀ ପଦାଧିକାରୀ ଉପସ୍ଥିତ ଥିଲେ।ଯୋଗ୍ୟ ମତଦାତାଙ୍କୁ ଭୋଟର ତାଲିକାରେ ସମ୍ମିଳିତ କରିବା ଏବଂ ଅନଧିକୃତ ପ୍ରବାସୀ ବା ଅଯୋଗ୍ୟ ବ୍ୟକ୍ତିଙ୍କ ନାମ ବିଲୋପ କରିବା ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲ୍ଲାରେ ସ୍ୱତନ୍ତ୍ର ସଘନ ସଂଶୋଧନ ଏସଆଇଆର ତୃତୀୟ ପର୍ଯ୍ୟାୟ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଏହି ପ୍ରକ୍ରିୟାକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ଜିଲ୍ଲାର ୫ ଟି ନିର୍ବାଚନ ମଣ୍ଡଳୀରେ ବୁଥ୍ ସ୍ତରୀୟ ଅଧିକାରୀ ମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ତାଲିମ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

Leave a Reply

Your email address will not be published. Required fields are marked *