କେସିଙ୍ଗା/କ୍ରାନ୍ତିକ୍ଷେତ୍ର (ମଧୁସୂଦନ ଠାକୁର) : କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ପକ୍ଷରୁ ସ୍ଥାନୀୟ ଡୁମେରମୁଣ୍ଡା ସ୍ଥିତ ଏମଆରଏଫ ଏବଂ ଏମସିସି ପରିସରରେ ବିଶ୍ୱ ପରିବେଶ ଦିବସ ଅତ୍ୟନ୍ତ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପରିବେଶ ସୁରକ୍ଷା ଓ ସବୁଜିମାର ବାର୍ତ୍ତା ନେଇ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏନଏସି ସେନିଟେସନ ଏକ୍ସପର୍ଟ ପ୍ରଶାନ୍ତ ବାରିକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କେସିଙ୍ଗା ନଗରପାଳ ନୃପରାଜ୍ ଯାଦବ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅତିଥିମାନେ ପରିବେଶ ସନ୍ତୁଳନ ରକ୍ଷା କରିବାରେ ବୃକ୍ଷର ଭୂମିକା ସମ୍ପର୍କରେ ଆଲୋଚନା କରିବା ସହ ପ୍ରତ୍ୟେକ ନାଗରିକ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ଆହ୍ୱାନ ଦେଇଥିଲେ।

