ଲାଞ୍ଜିଗଡ଼/କ୍ରାନ୍ତିକ୍ଷେତ୍ର (ସୌମ୍ୟ ରଞ୍ଜନ ପାତ୍ର) : ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁର ସ୍ଥିତ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ସୌମ୍ୟରଞ୍ଜନ ପ୍ରଧାନ, କେସିଙ୍ଗା ଉପଖଣ୍ଡ ପୁଲିସ ଅଧିକାରୀ ସନ୍ଦୀପ କୁମାର ମାଝୀଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ। ବିଡିଓ ଶଶାଙ୍କ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଶିବିରରେ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସାମାଜିକ ସୁରକ୍ଷା ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦୀନେଶ ଚନ୍ଦ୍ର କହଁର, ଜିଲ୍ଲା ଶିକ୍ଷାଧିକାରୀ ରାଧାକାନ୍ତ ଛେତ୍ରୀ, ପିଏ ଆଇଟିଡିଏ ପ୍ରଦ୍ୟୁମ୍ନ କୁମାର ଦାସ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ବ୍ଲକ ପ୍ରଶାସନ ପକ୍ଷରୁ ସହକାରୀ ନିର୍ବାହୀ ଯନ୍ତ୍ରୀ ସ୍ମୃତି ରଞ୍ଜନ ସେଠୀ, ବ୍ଲକ ଯୋଗାଣ ଅଧିକାରୀ ଦିଲୀପ କୁମାର ନାୟକ, ବ୍ଲକ ଶିକ୍ଷାଧିକାରୀ ଋଷିଆ ମେହେର, ସାମାଜିକ ସୁରକ୍ଷା ଅଧିକାରୀ ଅରବିନ୍ଦ ମହାପାତ୍ର, ମଙ୍ଗଳ ଅଧିକାରୀ ପଙ୍କଜ ବଳିୟାର ସିଂହ, ଗ୍ରାମ୍ୟ ଜଳଯୋଗାଣ ସହକାରୀ ଯନ୍ତ୍ରୀ ଦଶମତ ମାଝୀ, ଏପିଓ ସଞ୍ଜିତ ପରିଡ଼ାଙ୍କ ସମେତ ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଅବସରରେ ୨୦ଗୋଟି ସାମୁହିକ ଓ ୬୧ଗୋଟି ବ୍ୟକ୍ତିଗତ ଅଭିଯୋଗ ମୋଟ ୮୧ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା।

