ମ.ରାମପୁର/କ୍ରାନ୍ତିକ୍ଷେତ୍ର (ଉଦ୍ଧବ ପଣ୍ଡା) : କଳାହାଣ୍ଡି ଜିଲ୍ଲା ମ ରାମପୁର ସଦରମହକୁମା ଶୁଣ୍ଡିପଡ଼ାର ବିନୋଦ ପ୍ରଧାନୀ (ହଜୁ)ବୟସ ୫୮ଙ୍କ ସାପ କାମୁଡାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ରାତ୍ରି ସମୟରେ ବାହାରକୁ ଶୌଚ ଯିବା ବେଳେ ଏକ ବିଷାକ୍ତ ସାପ କାମୁଡ଼ି ଥିଲା। ଏହା ପରେ ପରିବାର ଲୋକ ତାଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ମ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ନେଇ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କାପନ୍ନ ହେବାରୁ ଭବାନିପାଟଣା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରିଥିଲେ। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ପରେ ଅଞ୍ଚଳର ଲୋକେ ଓ ପରିବାର ଲୋକଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ମୃତକଙ୍କ ପରିବାର ସରକାରଙ୍କ ପକ୍ଷରୁ ଉଚିତ କ୍ଷତିପୂରଣ ଓ ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି। ସରକାରୀ ନିୟମ ଅନୁଯାୟୀ ସହାୟତା ପ୍ରଦାନ ପାଇଁ ଦାବି ଜୋର ଧରିଛି।

