କୋକସରା/କ୍ରାନ୍ତିକ୍ଷେତ୍ର : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ରାଜୀବ ନଗରଠାରେ ମହିଳାଙ୍କ ସଚେତନତାକୁ ନେଇ ଭାରତୀୟ ଆଦିମ ଜାତି ସେବା ସଙ୍ଘ ଓ ଧର୍ମଗଡ ଶକ୍ତି ସଦନ କାର୍ଯ୍ୟାଳୟ ତରଫରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଙ୍ଗନବାଡି କେନ୍ଦ୍ର ଠାରେ ଧର୍ମଗଡ଼ ଶକ୍ତି ସଦନର ପରିଚାଳିକା ସସ୍ମିତା ପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କୋକସରା ସିଡିପିଓ ସରୋଜା କୁମାରୀ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଆଇସିଡ଼ିଏସ ସୁପର ଭାଇଜର ବେଲମତି ମାଝୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ମହିଳାମାନେ କିଭଳି ଶିକ୍ଷା କ୍ଷେତ୍ରରେ କିଭଳି ଆଗକୁ ଯିବେ, ସେମାନେ କେମିତି ଆତ୍ମନିର୍ଭରଶୀଳ ହେବେ, ସ୍ୱାସ୍ଥ୍ୟର ଯତ୍ନ ନେବେ, ନିର୍ଯାତନାରୁ କିଭଳି ଦୁରେଇ ରହିବେ ତଥା ବାଲ୍ୟ ବିବାହ ରୁ ଦୁରେଇ ରହିବା ସହ ସରକାରଙ୍କ ତରଫରୁ ମହିଳା ମାନଙ୍କ ପାଇଁ ଥିବା ସମସ୍ତ ସୁବିଧା ସୁଯୋଗ ବିଷୟରେ ବୁଝାଇଥିଲେ। କାର୍ଯ୍ୟାଳୟ ସହଯୋଗୀ ଦେବରାଜ ମହାନନ୍ଦ କାର୍ଯକ୍ରମ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଙ୍ଗନବାଡ଼ି କର୍ମୀ ସମେତ ଗ୍ରାମର ମହିଳା ମାନେ ଯୋଗ ଦେଇଥିଲେ।

