କେସିଙ୍ଗା/କ୍ରାନ୍ତିକ୍ଷେତ୍ର (ମଧୁସୂଦନ ଠାକୁର) : କଳାହାଣ୍ଡି ଜିଲ୍ଲା ପି.ଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ,କେସିଙ୍ଗା ଓ ଉତ୍ତର ବନଖଣ୍ଡ, କେସିଙ୍ଗା ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ହେମନ୍ତ କୁମାର ବାଗଙ୍କ ଅଧ୍ୟକ୍ଷତାରେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କେସିଙ୍ଗା ର ପ୍ରଧାନ ଶିକ୍ଷକ ସମୀର କୁମାର ବେହେରା ଯୋଗଦେଇ ବନ ମହୋତ୍ସବ ବିଷୟରେ ଆଲୋକପାତ କରିଥିଲେ। ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀଙ୍କ ଉପସ୍ଥିତିରେ ବିଦ୍ୟାଳୟର ଛାତ୍ରାବାସ ପରିସରରେ ଅତିଥି ମାନେ ବୃକ୍ଷ ରୋପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ କେସିଙ୍ଗା ଉତ୍ତର ବନଖଣ୍ଡର ବନ ଅଧିକାରୀ ଯଶୋବନ୍ତ ନାଏକ ଏବଂ କବିତା ପାଣିଗ୍ରାହୀଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ।।
