କେସିଙ୍ଗା/କ୍ରାନ୍ତିକ୍ଷେତ୍ର (ମଧୁସୂଦନ ଠାକୁର) : ତାଲୁକ ଆଇନ ସେବା ସମିତି କେସିଙ୍ଗା ତରଫରୁ ମଙ୍ଗଳବାର ଦିନ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷା ତଥା ବିଚାରପତି ଦୀପ୍ତା ସେଠୀଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମ ରେ ବରିଷ୍ଠ ଆଇନଜୀବି ସୌରରଶ୍ମି ନନ୍ଦ, ଗୋଲକ ବିହାରୀ ପ୍ରଧାନ, ଦିନେଶ କୁମାର ଭୋଇ, ହରି ପ୍ରସାଦ ତାଣ୍ଡିଙ୍କ ସମେତ ଅନ୍ୟ ବରିଷ୍ଠ ଆଇନଜୀବୀ ଓ ଅଦାଲତ କର୍ମଚାରୀ ଏବଂ କେସିଙ୍ଗା ବନ ବିଭାଗ ର କର୍ମଚାରୀ ମାନେ ଉପସ୍ଥିତ ଥିଲେ।
