ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜା

କୋକସରା/କ୍ରାନ୍ତିକ୍ଷେତ୍ର : କୋକସରା ଥାନା ମୋଟେର ଫାଣ୍ଡି ଅନ୍ତର୍ଗତ ଡହଗାଁ ନାଗପଡ଼ା ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ଲକ୍ଷ୍ମଣ ନାଗଙ୍କ ୨୨ ବର୍ଷୀୟ ପୁଅ କିଶୋର ନାଗ। ମଙ୍ଗଳବାର ସକାଳେ ଗ୍ରାମ ନିକଟସ୍ଥ ଏକ ବରଗଛରେ କିଶୋରଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ଖବର ପାଇ ମୋଟେର ଫାଣ୍ଡି ଅଧିକାରୀ ମନଧର ମାଝୀ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ କରିବା ସହ ଶବକୁ ଜବତ କରିଥିଲେ। ପରେ ପୋଲିସ ପକ୍ଷରୁ ମୃତଦେହକୁ ବ୍ୟବଛେଦ ପାଇଁ କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଥିଲା ଏବଂ ଶବ ବ୍ୟବଛେଦ ପରେ ତାହା ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ଏହା ଆତ୍ମହତ୍ୟା ନା ଅନ୍ୟ କିଛି, ସେ ନେଇ ସନ୍ଦେହ ପ୍ରକାଶ ପାଇଛି। ପୋଲିସ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *