କଳାହାଣ୍ଡିରେ ବର୍ଷା ବିପତ୍ତି : ସ୍କୁଲ-କଲେଜ ବନ୍ଦ

କଳାହାଣ୍ଡି/କ୍ରାନ୍ତିକ୍ଷେତ୍ର (ସୌମ୍ୟ ରଞ୍ଜନ ପାତ୍ର) : କଳାହାଣ୍ଡି ଜିଲ୍ଲାରେ ମୁଷଳଧାରାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରିବା ପାଇଁ କଳାହାଣ୍ଡି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ମର୍ମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ସମସ୍ତ ସ୍କୁଲ, କଲେଜ କର୍ତ୍ତୃପକ୍ଷଙ୍କ ସମେତ ଜିଲ୍ଲାର ସମସ୍ତ ଉପ-ଜିଲ୍ଲାପାଳ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ)ଙ୍କୁ ପତ୍ର ମାଧ୍ୟମରେ ସୂଚିତ କରାଯାଇଛି। ବର୍ଷା ଯୋଗୁଁ ସମ୍ଭାବ୍ୟ ବିପଦରୁ ବର୍ତ୍ତିବା ପାଇଁ ଅଭିଭାବକ ଓ ଛାତ୍ରଛାତ୍ରୀମାନଙ୍କୁ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *