ଗୋବର୍ଦ୍ଧନପୁର ଦ୍ଵିତୀୟ କ୍ଲଷ୍ଟରସ୍ତରୀୟ ବୈଠକ 

ଭବାନୀପାଟଣା/କ୍ରାନ୍ତିକ୍ଷେତ୍ର (ସୌମ୍ୟ ରଞ୍ଜନ ପାତ୍ର) : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଗୋବର୍ଦ୍ଧନପୁର ଦ୍ଵିତୀୟ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଭାଲୁଚଞ୍ଚରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଅନିମା ପଣ୍ଡା ସଭାପତିତ୍ୱ ଅନୁଷ୍ଠିତ ବୈଠକରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ଗୋଷ୍ଠୀ ଶିକ୍ଷାଧିକାରୀ ଋଷିଆ ମେହେର ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ତଥା ବ୍ଲକ ସାଧନକେନ୍ଦ୍ର ସଂଯୋଜକ ହୃଷିକେଶ ନାଏକ ପ୍ରମୁଖ ଯୋଗ ଦେଇଥିଲେ। ଉଭୟ ଅତିଥି ମୌଳିକ ସ୍ୱାକ୍ଷରତା ଓ ସଂଖ୍ୟାଜ୍ଞାନ ଏଫ୍ଏଲ୍ଏମ୍ ର ଶିକ୍ଷଣ ଫଳାଫଳ ଉପରେ ଆଲୋକପାତ କରି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ଆବଶ୍ୟକ ଦିଗଦର୍ଶନ ଦେଇଥିଲେ। କାର୍ଯ୍ୟକ୍ରମକୁ ଗୋବର୍ଦ୍ଧନପୁର ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ କୁମାର ଗୌରବ ପରିଡା ପରିଚାଳନା କରିଥିବାବେଳେ ଓ ବରିଷ୍ଠ ପ୍ରଶିକ୍ଷକ ତପନ କୁମାର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀମାନେ ବୈଠକରେ ଯୋଗଦେଇ ଶିକ୍ଷାର ଗୁଣବତ୍ତା ବୃଦ୍ଧି ନେଇ ଆଲୋଚନା କରିଥିଲେ।

Leave a Reply

Your email address will not be published. Required fields are marked *