ଭବାନୀପାଟଣା/କ୍ରାନ୍ତିକ୍ଷେତ୍ର (ସୌମ୍ୟ ରଞ୍ଜନ ପତ୍ର) : ‘ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା’ ଆନୁକୁଲ୍ୟରେ ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ବୈଠକ କକ୍ଷରେ “ବିଦ୍ୟାଳୟ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ” ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲାର ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆୟୋଜିତ ହୋଇଥିଲା। ଜିଲ୍ଲାର ସମସ୍ତ ସରକାରୀ ଓ ସରକାରୀ ସ୍ୱୀକୃତିପ୍ରାପ୍ତ ବିଦ୍ୟାଳୟର ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା କରିବା ସହ ଆବଶ୍ୟକତା ଅନୁସାରେ ମାଗଣା ଚଷମା ବଣ୍ଟନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ଏହି ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରିବା ଉପରେ ବୈଠକରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ଜିଲ୍ଲା ମୁଖ୍ୟ ଚିକିତ୍ସା, ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ସମସ୍ତ ଗୋଷ୍ଠି ଜନସ୍ୱାସ୍ଥ୍ୟ ଅଧିକାରୀ, ଆରବିଏସ୍ କେ ପରିଚାଳକ, ସ୍ଵେଚ୍ଛାସେବୀ ଅନୁଷ୍ଠାନ ଓ ଚକ୍ଷୁ ଚିକିତ୍ସା ଅଧିକାରୀ ମାନେ ଭାଗ ନେଇଥିଲେ । ଉକ୍ତ ବୈଠକରେ ବିଦ୍ୟାଳୟ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଙ୍କୁ ସୁଚାରରୂପେ ସମ୍ପାଦନା କରିବା ପାଇଁ ସମସ୍ତ ବିଭାଗ ର ସମନ୍ଵୟ ଙ୍କୁ ଗୁରୁତ୍ୱ ଦିଆଯାଇଥିଲା ।
