ସଂସ୍କୃତ ସପ୍ତାହ ସମାରୋହ ପାଳିତ

ଭବାନୀପାଟଣା/କ୍ରାନ୍ତିକ୍ଷେତ୍ର, (ସୌମ୍ୟ ରଞ୍ଜନ ପାତ୍ର ) : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ସ୍ଥିତ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଉତ୍ସାହ ଓ ଆନନ୍ଦର ସହ ସଂସ୍କୃତ ସପ୍ତାହ ପାଳିତ ହୋଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ମଲ୍ଲିକଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ କାର୍ଯ୍ୟକ୍ରମରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, କଳାହାଣ୍ଡିର ପ୍ରଥମ ଅବସରପ୍ରାପ୍ତ କୁଳସଚିବ ପ୍ରଫେସର ପଦ୍ମଲୋଚନ ଭୂଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଂସ୍କୃତ ଭାଷାର ମହତ୍ତ୍ୱ, ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକ ସମାଜରେ ସଂସ୍କୃତର ପ୍ରାସଙ୍ଗିକତା ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ନିରଞ୍ଜନ ସୁନା କାର୍ଯ୍ୟକ୍ରମ ସଭା ପରିଚାଳନା କରିଥିବା ବେଳେ ସଂସ୍କୃତ ଶିକ୍ଷକ ଉପେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କ୍ରମରେ ଛାତ୍ର ଛାତ୍ରୀମାନେ ସଂସ୍କୃତ ଭାଷଣ, ଶ୍ଲୋକ, ଗୀତ ଓ ବିଭିନ୍ନ ସାଂସ୍କୃତିକ ପରିବେଷଣ କରିଥିଲେ। ସଂସ୍କୃତ ବିଷୟରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ ମଧ୍ୟ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ସକ୍ରିୟ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା।

Leave a Reply

Your email address will not be published. Required fields are marked *