ବାଲି ଯାତ୍ରାରେ ଛୁରା ମାଡ଼ : ଜଣେ ମୃତ, ଜଣେ ଗୁରୁତର

ରାୟଗଡା/କ୍ରାନ୍ତିକ୍ଷେତ୍ର (ପ୍ରଶାନ୍ତ କୁମାର ସେନାପତି ) : ରାୟଗଡ଼ା ଜିଲ୍ଲାରୁ ଏକ ଅଭାବନୀୟ ତଥା ଲୋମହର୍ଷକ ଘଟଣା ସାମ୍ନାକୁ ଆସିଛି। କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଦୁଇ ଯୁବକଙ୍କୁ ଛୁରାମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ଏହି ମରଣାନ୍ତକ ଆକ୍ରମଣରେ ମହେଶ କାଡ୍ରାକା (୨୨) ନାମକ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ, ରହନ ନାମକ ଅନ୍ୟ ଜଣେ ଯୁବକ ଗୁରୁତର ଅବସ୍ଥାରେ ଜୀବନ ସହ ସଂଗ୍ରାମ କରୁଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଆକ୍ରମଣର ଶିକାର ହୋଇଥିବା ଉଭୟ ଯୁବକ ବୁଡ଼ାଗୁଡ଼ା ଗ୍ରାମର ବୋଲି ଜଣାପଡ଼ିଛି। ପ୍ରଥମେ ରହନଙ୍କୁ କଲ୍ୟାଣସିଂହପୁର ଡାକ୍ତରଖାନା ଏବଂ ପରେ ଅବସ୍ଥା ଗୁରୁତର ହେବାରୁ ରାୟଗଡ଼ା ବଡ଼ ମେଡିକାଲ୍‌ ଏବଂ ପରେ କୋରାପୁଟ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବାବେଳେ ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *