ଜୁନାଗଡ ଠାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର

ଭବାନୀପାଟଣା/କ୍ରାନ୍ତିକ୍ଷେତ୍ର (ସୌମ୍ୟ ରଞ୍ଜନ ପାତ୍ର) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ଓ ଗୁଣାତ୍ମକ ସମାଧାନ ନିମନ୍ତେ ଆଜି ଜୁନାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଅତିରିକ୍ତ ଜିଲ୍ଲାପାଳ (ସାଧାରଣ )ତନ୍ମୟ କୁମାର ଦରୱାନ ଏବଂ ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେଭର କୋଣ୍ଡା ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣୀ ଶିବିର ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୌମ୍ୟ ରଞ୍ଜନ ପ୍ରଧାନ,ଉପ ଜିଲ୍ଲାପାଳ ଧର୍ମଗଡ ପ୍ରେକ୍ଷା ଅଗ୍ରୱାଲ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଭର୍ଷିତା ଆଦିକ୍ୟୁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୩୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୪ଟି ସାମୂହିକ ଅଭିଯୋଗ ରହିଥିଲା।ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୪ଟି ଅଭିଯୋଗର ତତ୍କାଳ ସମାଧାନ ଘଟଣାସ୍ତଳରେ କରାଯାଇଥିଲା।ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ଆର୍ଥିକ ସହାୟତା ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *