ବରଗାଁ କ୍ଳଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି

କଲମପୁର/କ୍ରାନ୍ତିକ୍ଷେତ୍ର (ଗଣେଶ ରାମ ବାଗ) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧୀନରେ ଥିବା ବରଗାଁ କ୍ଳଷ୍ଟର ଶିଶୁ ମହୋତ୍ସବ ସୁରଭି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବଙ୍କାପଲାଠାରେ ଅନୁଷ୍ଠିତ ହୋଇଯାଇଛି। ଶିଶୁମାନଙ୍କର ଲୁକ୍କାୟିତ ପ୍ରତିଭାକୁ ଅନ୍ଵେଷଣକରି ତାକୁ ପ୍ରସ୍ଫୁଟିତ କରିବା ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହରେ ମୂଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ କାଳିନ୍ଦ୍ରି ପଣ୍ଡା, ସମ୍ମାନିତ ଅତିଥି ଭାବେ ବଙ୍କାପଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସଭାପତି ବିପିନ ବଛା, ଭେନ୍ୟୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମିନାକ୍ଷୀ ଭୋଇ, ଇଚ୍ଛାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶୁଭେନ୍ଦୁ କୁମାର ପଣ୍ଡା, ଦେପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରିୟ ରଞ୍ଜନ ପଣ୍ଡା, ଓ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜିତେନ୍ଦ୍ର ନାଏକ ଯୋଗଦାନ କରିଥିଲେ। ଏହି ଅବସରରେ ଶିଶୁମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଯଥା ଚିତ୍ରାଙ୍କନ, କୁଇଜ୍, ବିତର୍କ, ପ୍ରବନ୍ଧ, ଶ୍ରୃତଲିଖନ, ସୃଜନଶୀଳ ଲିଖନ,ଗୀତ, ପି.ଏମ୍.ପୋଷଣ ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭିକ ସ୍ତର ପାଇଁ ଚିତ୍ରାଙ୍କନ, ଗଳ୍ପ କଥନ, ଗଣିତ ଦୌଡ, ଗଣିତ କୁଇଜ୍ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଶିଶୁମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିଥିଲେ। ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା, ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ଇଶ୍ଵରୀ ବେହେରା ଓ ଦୟାନିଧି ବାଣୁଆ ଯୋଗଦାନ କରିଥିଲେ। ପରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇ ଥିଲା । ଏହି କାର୍ଯ୍ୟକ୍ରମରେ କ୍ଳଷ୍ଟର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ପୂର୍ଣ୍ଣମାତ୍ରାରେ ସହଯୋଗ କରିଥିଲେ। ଶିକ୍ଷକ ରୁଦ୍ରାକ୍ଷର ନିଆଲ ଓ ଶିକ୍ଷୟିତ୍ରୀ ପ୍ରେମାଞ୍ଜଳୀ ବାଗ ମଞ୍ଚ ପରିଚାଳନା କରିଥିବା ବେଲେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜିତେନ୍ଦ୍ର ନାଏକଙ୍କ ତତ୍ବାବଧାନରେ କାର୍ଯ୍ୟକ୍ରମ ପରିଚାଳନା କରାଯିବା ସହିତ କାର୍ଯ୍ୟକ୍ରମରେ ସହଯୋଗ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

Leave a Reply

Your email address will not be published. Required fields are marked *