ମିନଗୁର କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

କଲମପୁର/କ୍ରାନ୍ତିକ୍ଷେତ୍ର (ଗଣେଶ ରାମ ବାଗ) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧୀନସ୍ଥ ମିନଗୁର କ୍ଳଷ୍ଟର ଶିଶୁ ମହୋତ୍ସବ ସୁରଭି ଅଚ୍ୟୁତାନନ୍ଦ ଉଚ୍ଚବିଦ୍ୟାଳୟ ଧନପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଶିଶୁମାନଙ୍କର ଲୁକ୍କାୟିତ ପ୍ରତିଭାକୁ ଅନ୍ଵେଷଣକରି ତାକୁ ପ୍ରସ୍ଫୁଟିତ କରିବା ଉଦ୍ଦେଶ୍ୟରେ ଅନୁଷ୍ଠିତ ହୋଇଛି।ଏହି କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭାକର ଲହଜଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ବେଳେ ମୂଖ୍ୟ ଅତିଥି ଭାବେ ମିନଗୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ କୁଶଧ୍ବଜ ଛତ୍ରିଆ, ସମ୍ମାନିତ ଅତିଥି ଭାବେ ଭେଲାଗାଁ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦିବ୍ୟରଞ୍ଜନ ମୁଣ୍ଡ, ଖଙ୍ଗାରଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭବାନି ଶଙ୍କର ପଣ୍ଡା,ବଡକୁଟ୍ରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଆରତୀ ମାଝି, ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଜନ ମାଝି, ଓ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଉଦୟ ନାରାୟଣ ସିଂ ମାଝି ଯୋଗଦାନ କରିଥିଲେ। ଏହି ଅବସରରେ ଶିଶୁମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଯଥା ଚିତ୍ରାଙ୍କନ, କୁଇଜ୍, ବିତର୍କ, ପ୍ରବନ୍ଧ, ଶ୍ରୁତଲିଖନ, ସୃଜନଶୀଳ ଲିଖନ,ଗୀତ, ପି.ଏମ୍.ପୋଷଣ ଅନୁଷ୍ଠିତ ହୋଇଥିଲା।ଶିଶୁମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିଥିଲେ। ପୁରସ୍କାର ବିତରଣି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ କୁଳମଣି ମାଝୀ,ସମ୍ମାନିତ ଅତିଥି ଭାବେ ବିଜ୍ଞାନ ଶିକ୍ଷକ ସୂର୍ଯ୍ୟ ନାରାୟଣ ଖେଡେଙ୍ଗା, ହିନ୍ଦି ଶିକ୍ଷକ ବନମାଳୀ ସାହୁ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଉଦୟ ନାରାୟଣ ସିଂ ମାଝି ଓ ସଭାପତି ଭାବେ ପ୍ରଧାନଶିକ୍ଷକ କୁଶଧ୍ବଜ ଛତ୍ରିଆ ଯୋଗଦାନ କରିଥିଲେ। ପରେ କୃତି ଶିଶୁମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ କ୍ଳଷ୍ଟର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ପୂର୍ଣ୍ଣମାତ୍ରାରେ ସହଯୋଗ କରିଥିଲେ। ଶିକ୍ଷକ ଅନୀଳ କୁମାର ମାଝୀ ମଞ୍ଚ ପରିଚାଳନା କରିଥିଲେ। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଉଦୟ ନାରାୟଣ ସିଂ ମାଝିଙ୍କ ତତ୍ବାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ଶିକ୍ଷକ ସୂର୍ଯ୍ୟ ନାରାୟଣ ଖଡଙ୍ଗା ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *