୩ କୋଟିର ଗଞ୍ଜେଇ ଚାଷ ନଷ୍ଟ କଲା ଅବକାରୀ ବିଭାଗ

ମାଲକାନଗିରି/କ୍ରାନ୍ତିକ୍ଷେତ୍ର (ଏନ. ରବି କୁମାର) :  ବେଆଇନ ଗଞ୍ଜେଇ ଚାଷ ବିରୋଧରେ ମାଲକାନଗିରି ଅବକାରୀ ବିଭାଗର ଅଭିଯାନ। ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ କଦମଝୋଲା ଗ୍ରାମ ନିକଟ ଜଙ୍ଗଲରେ ଚଢ଼ାଉ କରି ପ୍ରାୟ ୨୦ ଏକର ଜମିରେ ଚାଷ ହୋଇଥିବା ୩୦ ହଜାର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଏହାର ଆନୁମାନିକ ବଜାର ମୂଲ୍ୟ ୩ କୋଟି ଟଙ୍କା ହେବ ବୋଲି ଅବକାରୀ ବିଭାଗ ଆକଳନ କରିଛି। ଅବକାରୀ ଅଧୀକ୍ଷକ ବିମ୍ବାଧର ପଣ୍ଡାଙ୍କ ନିର୍ଦ୍ଦେଶ ଓ ଉପଅଧୀକ୍ଷକ ଟଙ୍କଧର ଭୋଇଙ୍କ ତତ୍ତ୍ୱାବଧାନରେ ଏହି ଚଢ଼ାଉ ହୋଇଥିଲା। ଏଥିରେ ଜିଲ୍ଲା ଅବକାରୀ ବିଭାଗର ନିରୀକ୍ଷକ, ଉପନିରୀକ୍ଷକ ଓ ଅନ୍ୟ କର୍ମଚାରୀମାନେ ସାମିଲ ହୋଇଥିଲେ। ଜିଲ୍ଲାରେ ବେଆଇନ ଗଞ୍ଜେଇ ଚାଷ ଓ ନିଶାଦ୍ରବ୍ୟ କାରବାର ରୋକିବା ପାଇଁ ଆଗକୁ ମଧ୍ୟ ଏଭଳି ଚଢ଼ାଉ ଜାରି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *