ଭବାନୀପାଟଣା/କ୍ରାନ୍ତିକ୍ଷେତ୍ର (ଚିତ୍ରସେନ ବାଗ) : କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ମା’ କମଳା ଦିଶାରୀଙ୍କ ୯୩ ବର୍ଷ ବୟସରେ ପରଲୋକ ହୋଇଛି। ସେ ନିଜ ବାସଭବନ ହୀରାପୁରଠାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ଲାଞ୍ଜିଗଡ଼ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଜଣେ ଧର୍ମପରାୟଣ, ସ୍ନେହଶୀଳ ଓ ମିଷ୍ଟଭାଷୀ ମହିଳା ଭାବେ ପରିଚିତ ଥିଲେ। ତାଙ୍କ ବିୟୋଗରେ ପରିବାର, ଆତ୍ମୀୟସ୍ୱଜନ ଓ ଶୁଭେଚ୍ଛୁମାନେ ଗଭୀର ଶୋକ ପ୍ରକାଶ କରିବା ସହ ମୃତ ଆତ୍ମାଙ୍କ ସଦଗତି କାମନା କରିଛନ୍ତି।
