କଲମପୁର/କ୍ରାନ୍ତିକ୍ଷେତ୍ର (ଗଣେଶ ରାମ ବାଗ) : କଳାହାଣ୍ଡି ଜିଲ୍ଳା କଲମପୁର ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ଗୁରୁବାର ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ବ୍ଲକ ସ୍ତରୀୟ ବିଜ୍ଞାନ ମେଳାରେ ବାଳ ବୈଜ୍ଞାନିକ, ଶକ୍ତି କ୍ଳବ୍ ପ୍ରଦର୍ଶନୀ ଓ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ମେଳାରେ ତିନୋଟି ବିଭାଗରୁ ସର୍ବ ମୋଟ ୧୦୨ ଗୋଟି ପ୍ରକଳ୍ପ କୁନି ବୈଜ୍ଞାନିକ ମାନଙ୍କ ଦ୍ବାରା ପ୍ରଦର୍ଶିତ ହୋଇଛି । ବ୍ଲକ ସ୍ତରୀୟ ବିଜ୍ଞାନର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡାଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବରେ କଲମପୁର ବିଡିଓ ବିଜୟ କୁମାର ମାଣ୍ଡାଙ୍ଗି ଉପସ୍ଥିତ ରହି ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ଜିଲ୍ଳା ପରିଷଦ ସଦସ୍ୟା ନିବେଦିତା ହଂସ, ଦୁର୍ଗା ମାଧବ ହାଇସ୍କୁଲ ପ୍ରଧାନ ଶିକ୍ଷକ ଅଶ୍ୱିନ କୁମାର ମୁଣ୍ଡ , ବିଦ୍ୟାଳୟର ଅଧ୍ୟକ୍ଷ ରାହୁଲ କୁମାର ସାହୁ ପ୍ରମୁଖ ମଞ୍ଚାସିନ ଥିଲେ। ବିଦ୍ୟାଳୟର ଛାତ୍ରୀ ମାନେ ସ୍ୱାଗତ ସଂଗୀତ ଗାନ କରିଥିବା ବେଳେ ବ୍ଲକର ସମସ୍ତ ଉଚ୍ଚବିଦ୍ୟାଳୟ ଓ ପ୍ରାଥମିକ ଵିଦ୍ୟାଳୟ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିଶୁ ବୈଜ୍ଞାନିକ ମାନେ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥଲେ। ଦ୍ୱିତୀୟ ପର୍ଯ୍ୟାୟ ବିଜ୍ଞାନ ମେଳା କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଳକ୍ ଉପାଧ୍ୟକ୍ଷ ଚିନ୍ତାମଣି ବେହେରା ମୁଖ୍ୟ ଅତିଥି, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ତଥା ପ୍ରକୃତି ବନ୍ଧୁ ପୁରସ୍କାରପ୍ରାପ୍ତ ରବୀନ୍ଦ୍ର ନାଥ ପଟ୍ଟନାୟକ ମୁଖ୍ୟ ବକ୍ତା, ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଦେବାନନ୍ଦ ବାଗ, ପଣ୍ଡିଗାଁ ପଞ୍ଚାୟତ ସରପଞ୍ଚ କବିତା ଜୈନ, ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ରାହୁଲ ସାହୁ, ଦୁର୍ଗା ମାଧବ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଶ୍ବିନ କୁମାର ମୁଣ୍ଡ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଶିକ୍ଷକ ନବଘନ ସାହୁ, ପ୍ରଭାତ ସାହୁ, ସରୋଜ ବିଶ୍ବାଳ ଓ ସମାପିକା ବେହେରା ମଞ୍ଚ ପରିଚାଳନା କରିଥିବା ବେଳେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷକ ଧରଣୀଧର ବାଗ ଧନ୍ୟବାଦ ଅର୍ପଣ କରିଥିଲେ। କୃତି ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇ ଥିଲା। ବ୍ଲକ ସ୍ତରରେ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳାରେ ଅଂଶ ଗ୍ରହଣ କରି ପ୍ରକଳ୍ପ ପ୍ରଦର୍ଶନ କରିବେ।
