ଜୟପାଟଣା/କ୍ରାନ୍ତିକ୍ଷେତ୍ର ନ୍ୟୁଜ(ଚିତ୍ରସେନ ବାଗ) : କଳାହାଣ୍ଡି ଜିଲ୍ଲା ଜୟପାଟଣା ଗ୍ରାମର ମାଣିକ୍ୟଜ୍ୟୋତି ପଣ୍ଡାଙ୍କ ମାଆ ବିନୋଦିନୀ ପଣ୍ଡାଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି।କିଛି ମାସ ହେଲା ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିଲା। ତେବେ ଆଜି ସକାଳେ ବିଶାଖାପାଟଣା ର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି।ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।ସେ ଜଣେ ମିଷ୍ଟଭାସୀ, ମେଳାପୀ, ପରୋପକାରୀ ସମ୍ପନ୍ନ ମହିଳା ଥିଲେ।ତାଙ୍କର ମୃତ୍ୟୁ ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ବିଶାଖାପାଟଣା ରୁ ମୃତ ଦେହ ପହଞ୍ଚିବା ପରେ ଗାଁ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି।

