ଗୋଲାମୁଣ୍ଡା/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ନେତୃତ୍ୱରେ ସୋମବାର ଖମାରହଳଦୀ ଗ୍ରାମ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଓ ତାର ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୧୬୭ ଅଭିଯୋଗରୁ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାରେ ସାମିଲ କରି ୩୫ ଟି ସମସ୍ୟାର ତୁରନ୍ତ ସମାଧାନ ହୋଇଥିଲା। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସୁବିଧା ଗାଁ ଗାଁରେ ପହଞ୍ଚାଇବା ଆମର ଉଦ୍ଦେଶ୍ୟ ବୋଲି ବ୍ଲକ ଅଧ୍ୟକ୍ଷ ଶ୍ରୀ ମହାନନ୍ଦ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ବିଡ଼ିଓ ତ୍ରିପୁରା ମହାନନ୍ଦ, ତହସିଲଦାର ଚନ୍ଦନ କୁମାର ନାଏକ, ସହକାରୀ ଯନ୍ତ୍ରୀ ଚିତ୍ତ ରଂଜନ ଜେନା, ପିଇଓ ବିଶ୍ୱ ରଞ୍ଜନ ପଣ୍ଡା, ସାମାଜିକ ସୁରକ୍ଷା ଅଧିକାରୀ ଚନ୍ଦନ ବିହାରୀ, ଗ୍ରାମୀଣ ଗୃହ ଯୋଜନାର ବିପିସି ମଧୁ ସାହୁ, ଯୋଗାଣ ବିଭାଗରୁ ରୁପେଶ ବେମାଲ, ସରପଞ୍ଚ ରବୀନ୍ଦ୍ର କୁମାର ମୁଣ୍ଡ,ପାନୀୟ ଜଳ ବିଭାଗ ରୁ ଅତିରିକ୍ତ ଯନ୍ତ୍ରୀ ସୁବାସ ପଣ୍ଡା,ଏପିଓ କ୍ଷେତ୍ର ମୋହନ ମାଝୀ ସମେତ ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀ, ବିଦ୍ୟୁତ କନିଷ୍ଠ ଯନ୍ତ୍ରୀ ପଦ୍ମ ଲୋଚନ ସାହୁ ଓ ଖମାର ହଳଦୀ ପଞ୍ଚାୟତର ଅନେକ ଜନସାଧାରଣ ଉପସ୍ଥିତ ଥିଲେ।

