ଫଟାଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ ସୁରଭି କାର୍ଯ୍ୟକ୍ରମ

ତେନ୍ତୁଳୀଖୁଣ୍ଟି/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ (ମୁନ୍ନା ଦଳେଇ) : ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଳକ ଅନ୍ତର୍ଗତ ଲମତାଗୁଡା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଫଟାଗୁଡ଼ା ପ୍ରାଥମିକ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆଞ୍ଚଳିକ ସାଧନ ସଂଯୋଜକ ସର୍ବେଶ୍ଵର ପତିଙ୍କ ତତ୍ୱାବଧାନରେ ପାଳିତ ହୋଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ କୃଷ୍ଣ ସୌରା, ବରେଣ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ସୁଦୀପ୍ତ କୁମାର ଦାଶ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଫୁଲ୍ଲ ପଟ୍ଟନାୟକ ଓ କୁଲରଞ୍ଜନ ସୁନା ଏବଂ ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୋହନ ମଧୁସୂଦନ ବାଘ ମଂଚାସୀନ ଥିଲେ ।ସୁରଭି କାର୍ଯ୍ୟକ୍ରମ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂଗୀତ, ନୃତ୍ୟ, ଭାଷଣ, ଚିତ୍ରାଙ୍କନ, ପିଏମ ପୋଷଣ ଉପରେ ପ୍ରତିଯୋଗିତା ହୋଇଥିଲା। ଏହି ସବୁ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ବ୍ଳକ ସ୍ତରୀୟ ସୁରଭି କାର୍ଯ୍ୟରେ ଅଂଶଗ୍ରହଣ କରିବେ ବୋଲି ସୂଚନା ମିଳିଛି। ଗୋଷ୍ଟି ଶିକ୍ଷା ଅଧିକାରୀ ଦାଶ ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ସମୁହକୁ ପ୍ରେରଣା ପ୍ରଦାନ କରିଥିଲେ। ଆଞ୍ଚଳିକ ସାଧନ ସଂଯୋଜକ ସର୍ବେଶ୍ଵର ପତି,ସଭାପତି ଓ ମୁଖ୍ୟ ଅତିଥିଙ୍କ ଦ୍ୱାରା ସମସ୍ତ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଗାଁ ଗହଳିରେ ପାଠ ପଡୁଥିବା ଛାତ୍ରଛାତ୍ରୀଙ୍କ ଭିତରେ ଥିବା ଲୁକାୟିତ ପ୍ରତିଭା ଅନ୍ୱେଷଣ ସୁରଭି କାର୍ଯ୍ୟକ୍ରମର ମୂଳ ଉଦେଶ୍ୟ ବୋଲି ଅତିଥି ମାନେ ପ୍ରକାଶ କରିଥିଲେ। ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା ରେ ସକ୍ରିୟ ଭୂମିକା ନିଭାଇଥିଲେ। ଶେଷରେ ଆଞ୍ଚଳିକ ସାଧନ ସଂଯୋଜକ ସର୍ବେଶ୍ଵର ପତି ସମସ୍ତକୁ ଧନ୍ୟବାଦ ଜଣାଇ ସଭା ସମାପ୍ତ କରିଥିଲେ।