କେଗାଁ ଠାରେ ନାରୀ ସଚେତନାତା କାର୍ଯ୍ୟକ୍ରମ

ଗୋଲାମୁଣ୍ଡା/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ (ଅଶ୍ବିନୀ କୁମାର ମଲ୍ଲିକ) : ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ କେଗାଁ ଅଙ୍ଗନବାଡ଼ି କେନ୍ଦ୍ରଠାରେ ଭାରତୀୟ ଆଦିମ ଜାତି ସେବା ସଙ୍ଘ ଓ ସମାଜ କଲ୍ୟାଣ କାର୍ଯ୍ୟାଳୟ, କଳାହାଣ୍ଡି ତରଫରୁ  ମହିଳା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇସିଡ଼ିଏସ ସୁପରଭାଇଜର ଗୀତାଞ୍ଜଳି ବାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। କେଗାଁ ଥାନା ଏଏସଆଇ ରୋମାଞ୍ଚଳ ନାଏକ, ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଜିତ କୁମାର ଭୋଇ, ସହ ଶିକ୍ଷକ ଦେବରାଜ ଜାନୀ, ଡିଏସଡବ୍ଲୁଓ କାର୍ଯ୍ୟାଳୟର ଜେଣ୍ଡର ସ୍ପେସିଆଲିଷ୍ଟ ରାମ ବାଗ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶକ୍ତି ସଦନ ଗୃହରେ କେଉଁ ମହିଳା ମାନେ ରହିପାରିବେ, ବାଲ୍ୟ ବିବାହ ରୋକିବା, ଯୌତୁକ ପ୍ରଥା, ଘରୋଇ ହିଂସା, ଯୌନ ଓ ମାନସିକ ନିର୍ଯାତନା ସଂପର୍କିତ ବିଭିନ୍ନ ପ୍ରସଙ୍ଗ ଆଦି ବିଷୟରେ ଆଲୋଚନା କରିଥିଲେ। ଧର୍ମଗଡ ଶକ୍ତି ସଦନର ପରିଚାଳିକା ସସ୍ମିତା ପାତ୍ର କାର୍ଯକ୍ରମ ପରିଚାଳନା କରିଥିବା ବେଳେ ଅନୁଷ୍ଠିତ ସଚେତନତା ସଭାରେ କେଗାଁ ଗ୍ରାମପଞ୍ଚାୟତର ସିଆରପି-ସିଏମ୍, ଏମବିକେ, ଅଙ୍ଗନୱାଡି କର୍ମୀ, ଆଶାକର୍ମୀ, ସ୍ଵୟଂ ସହାୟିକା ଗୋଷ୍ଠୀର ମହିଳା ସମେତ ଗ୍ରାମର ଯୁବତୀ ମାନେ ବହୁ ସଂଖ୍ୟାରେ ସାମିଲ ଥିଲେ। ଧର୍ମଗଡ ଶକ୍ତି ସଦନ ଗୃହ କାର୍ଯ୍ୟାଳୟ ସହାୟକ ଦେବରାଜ ମହାନନ୍ଦ ଧନ୍ୟବାଦ ପ୍ରଦାନ କରିଥିଲେ।