କୋକସରା ବ୍ଲକ କାର୍ଯ୍ୟାଳୟଠାରେ ଭିଜିଲାନ୍ସ ସଚେତନତା ସପ୍ତାହ ପାଳିତ

କୋକସରା/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ କାର୍ଯ୍ୟାଳୟ ସଭାଗୃହ ଠାରେ ଗୁରୁବାର ଭିଜିଲାନ୍ସ ସଚେତନତା ସପ୍ତାହ ପାଳନ କରାଯାଇଛି। ଏଥିରେ ଭିଜିଲାନ୍ସ ଡିଏସପି ପ୍ରଦୀପ ଆଇନ୍ଦ, କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ହିମାଞ୍ଚଳ ମାଝୀ, ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗ, ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ କୁମାର ଭାଟି ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଲୋକେ ସଚେତନ ହେଲେ ସମାଜରୁ ଦୁର୍ନୀତିର ମୂଳପୋଛ ହୋଇପାରିବ ବୋଲି ମତପ୍ରକାଶ କରିଥିଲେ। ଏହି କ୍ରମରେ ଉପସ୍ଥିତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଦୁର୍ନୀତିର ମୂଳପୋଛ ପାଇଁ ସପଥ ପାଠ କରାଯାଇଥିଲା। ବୈଠକକୁ ଗ୍ରାମ ପଞ୍ଚାୟତ ସଂପ୍ରସାରଣ ଅଧିକାରୀ ମିଲୁ ପ୍ରଧାନୀ ପରିଚାଳନା କରିଥିଲେ। ଶପଥ ପାଠ କାର୍ଯ୍ୟକ୍ରମରେ ବ୍ଳକ ବିଭିନ୍ନ ପଞ୍ଚାୟତରୁ ନିର୍ବାଚିତ ଜନପ୍ରତିନିଧି, ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ସମେତ କଲେଜ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହିଥିଲେ।